ରାଜ୍ୟରେ ଖାଲି ପଡ଼ିଛି ୯୮ ହଜାର ସରକାରୀ ପଦବୀ: ପ୍ରୀତିରଂଜନ ଘଡ଼ାଇ
ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଏହି ଅବସରରେ ମୁକେଶ ମହାଲିଙ୍ଗଙ୍କ ପ୍ରଶ୍ନରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଂଜନ ଘଡ଼ାଇ ଉତ୍ତର ରଖିଛନ୍ତି।

ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଏହି ଅବସରରେ ମୁକେଶ ମହାଲିଙ୍ଗଙ୍କ ପ୍ରଶ୍ନରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଂଜନ ଘଡ଼ାଇ ଉତ୍ତର ରଖିଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେଛି ୯୮ ହଜାର ପଦବୀ ଖାଲି ପଡ଼ିଛି। ୪୧ ବିଭାଗରେ ମୋଟ ୯୮ ହଜାର ୩୪୮ ପଦବୀ ଖାଲି ପଡ଼ିଛି। ସ୍ୱାସ୍ଥ୍ୟ ବିଭାଗରେ ସର୍ବାଧିକ ୨୬ ହଜାର ୮୧୫ ପଦବୀ ଖାଲି ରହିଛି।
ସେହିଭଳି ଗଣଶିକ୍ଷା ବିଭାଗରେ ୨୧, ୮୪୪ ଓ ଗୃହ ବିଭାଗରେ ୭୩୧୫ ପଦବୀ ଖାଲି ରହିଛି। ରାଜସ୍ୱ ବିଭାଗରେ ୫୮୯୨, ଉଚ୍ଚଶିକ୍ଷା ବିଭାଗରେ ୩୭୭୭ ପଦବୀ ଖାଲି ରହିଛି।
ଦ୍ବିତୀୟ ଦିନରେ ଗୃହ ବେଶ୍ ସରଗରମ ରହିବା ଆଶା କରାଯାଉଥିବାବେଳେ ପ୍ରଶ୍ନକାଳ ଆରମ୍ଭ ହୋଇଥିଲା। ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତାଙ୍କ ଗୃହ ମଧ୍ୟଭାଗରେ ଧାରଣା ଦେଇଥିଲେ। ବେଦାନ୍ତ ଜମି ଫେରସ୍ତ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ ଦାବି କଲେ ନରସିଂହ ମିଶ୍ର। ବାଚସ୍ପତି ରାଜ୍ୟ ସରକାରଙ୍କୁ ଭିଜିଲାନ୍ସ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ଦାବି କରାଯାଉଥିବାବେଳେ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି।
ପାନୀୟ ଜଳ ଯୋଗାଣ ଉପରେ ଆଲୋଚନା ଜାରି ରହିଥିବାବେଳେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ପ୍ରଶ୍ନ କରିଛନ୍ତି। କେବେ ସୁଦ୍ଧା ପ୍ରତି ଗାଁରେ ପାଣି ଯୋଗାଇଦିଆଯିବ ବୋଲି ନରସିଂହ ମିଶ୍ର ପ୍ରଶ୍ନ କରିଛନ୍ତି। ୨୦୨୪ ସୁଦ୍ଧା ସବୁ ଗାଁରେ ପାଇପ୍ ଯୋଗେ ପାଣି ଯୋଗାଇବା ଲକ୍ଷ୍ୟ ରଖାଯାଇଛି। ବିଧାନସଭା ପ୍ରଶ୍ନକାଳରେ ଉତ୍ତର ରଖିଲେ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ। ରାଜ୍ୟର ସମସ୍ତ ଗାଁକୁ ୨୦୨୪ ଶେଷ ସୁଦ୍ଧା ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବାକୁ ଲକ୍ଷ୍ୟ ରଖାଯାଇଛି। ମାର୍ଚ୍ଚ ୨୦୨୩ ସୁଦ୍ଧା, ୫୮ ପ୍ରତିଶତ ଗାଁରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ହୋଇଛି। ଉତ୍ସ କି ଜମି ସମସ୍ୟା ଥିବା ଅଞ୍ଚଳରେ ୨୦୨୫ ସୁଦ୍ଧା ପହଞ୍ଚାଇବାକୁ ଲକ୍ଷ୍ୟ। ୭୦ ଲୋକଙ୍କ ଜନସଂଖ୍ୟା ଥିଲେ ବି ନୂତନ ନଳକୂପ ଲଗାଯିବ।