ଆସିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ସଂପୂର୍ଣ୍ଣ ସୂଚୀ

ଏଣେ ଡିସେମ୍ବର ୭ ତାରିଖ ଶନିବାର ପୂର୍ବାହ୍ନ ୧୦ଟାରେ ରାଇରଙ୍ଗପୁର ନିଜ ବାସଭବନରୁ ବାହାରି ଦଣ୍ଡବୋଷ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ଆସି ୧୦ଟା ୪୫ମିନିଟ ସମୟରେ ବାଙ୍ଗରିପୋଷି ସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବେ ।

ଆସିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ସଂପୂର୍ଣ୍ଣ ସୂଚୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ବିମାନବନ୍ଦରରୁ ୫.୧୦ ରେ ବାହାରି ୫.୩୦ମିନିଟ ରେ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି । 

ରାଷ୍ଟ୍ରପତି ୪ ତାରିଖ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ ପରେ ୧୦ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ ୧୦.୫୦ରେ ପୁରୀ ସ୍ଥିତ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ । ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟ ସମୟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ୪ତାରିଖ ଦିନ ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି । 

ରାଷ୍ଟ୍ରପତି ୪ ତାରିଖ ବୁଧବାର ସକାଳ ୯ଟାରେ ରାଜଭବନରୁ ବାହାରି ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ସ୍ବତନ୍ତ୍ର ହେଲିକ୍ୟାପ୍ଟର ଯୋଗେ ପୂର୍ବାହ୍ନ ୯ଟା ୪୫ମିନଟରେ ପୁରୀ ତାଳବଣିଆ ହେଲିପ୍ୟାଡରେ ଅବତରଣ ପରେ ୧୦ଟା ସମୟରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ।

ଏହାପରେ ୧୦.୫୦ରେ ପୁରୀ ସ୍ଥିତ ଶ୍ରୀ ଗୋପବନ୍ଧୁ ଆୟୁର୍ବେଦିକ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ । ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ପୁରୀ ରାଜଭବନ ଠାରେ ମଧ୍ୟାହ୍ନ ଭୋଜନ ପରେ ଅପରାହ୍ନ ୩ଟା ୩୦ମିନିଟ ସମୟରେ ନୌସେନା ଦିବସ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ୪ତାରିଖ ଦିନ ପୁରୀ ରାଜଭବନ ଠାରେ ରାଷ୍ଟ୍ରପତିଙ୍କ ରାତ୍ରୀଯାପନ କରିବାର କାର୍ଯ୍ୟକ୍ରମ ରହିଛି । 

ଏଣେ ୫ ତାରିଖ ଗୁରୁବାର ସକାଳ ୯ଟା ୩୫ମିନିଟ ସମୟରେ ପୁରୀରୁ ବାହାରି ପୁର୍ବାହ୍ନ ୧୦ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନ ବନ୍ଦର ପହଞ୍ଚିବା ପରେ ୧୦ଟା ୫୦ମିନିଟରେ ‘ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ" ର ୪୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ମଧ୍ୟାହ୍ନ ୧୨ଟାରେ ସେଠାରୁ ବାହାରି ରାଜଭବନରେ ମଧ୍ୟାହ୍ନ ଭୋଜନ କରିବାପରେ ସନ୍ଧ୍ୟା ୫ଟା ୧୦ମିନିଟରେ ଭୂବନେଶ୍ୱର "ଜୁଡିସିଆଲ କୋର୍ଟ କମ୍ପ୍ଲେକ୍ସ" ର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି। ସନ୍ଧ୍ୟା ୬ ଟା ୩୦ମିନିଟରେ ସେଠାରୁ ବାହାରି ରାଜଭବନ ଠାରେ ରାତ୍ରୀଯାପନ କରିବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ । 

ଠିକ୍ ସେହିପରି ୬ ତାରିଖ ଶୁକ୍ରବାର ଦିନ ସକାଳ ୯ଟାରେ ରାଜଭବନରୁ ବାହାରି ରାଷ୍ଟ୍ରପତି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିବେ।

ଏଣେ ଡିସେମ୍ବର ୭ ତାରିଖ ଶନିବାର ପୂର୍ବାହ୍ନ ୧୦ଟାରେ ରାଇରଙ୍ଗପୁର ନିଜ ବାସଭବନରୁ ବାହାରି ଦଣ୍ଡବୋଷ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ଆସି ୧୦ଟା ୪୫ମିନିଟ ସମୟରେ ବାଙ୍ଗରିପୋଷି ସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବେ ।ହେଲିପ୍ୟାଡରୁ ପୁର୍ବାହ୍ନ ୧୧ଟା ସମୟରେ ବାହାରି ବାଙ୍ଗରିପୋଷୀ ରେଳଷ୍ଟେସନ ସ୍ଥିତ ସଭାସ୍ଥଳରେ ପହଞ୍ଚିବେ ରାଷ୍ଟ୍ରପତି।

ବାଙ୍ଗରିପୋଷୀ ସଭାସ୍ଥଳରେ ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ,ତିନୋଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତ ସ୍ଥାପନ କରିବା ସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁର ଠାରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତିକରଣ, ରାଇରଙ୍ଗପୁର ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । 

ମଧ୍ୟାହ୍ନ ୧୨ଟା ୧୫ମିନିଟରେ ବାଙ୍ଗରିପୋଷି ସଭାସ୍ଥଳରୁ ବାହାରି ବାୟୁସେନାର ହେଲିକ୍ୟାପ୍ଟର ଯୋଗେ ପଶ୍ଚିମବଙ୍ଗ ସ୍ଥିତ କଲେଇକୁଣ୍ଡା ଏୟାରବେସରେ ପହଞ୍ଚି ସେଠାରୁ ବିମାନ ଯୋଗେ ନୁଆଦିଲ୍ଲୀକୁ ଯାତ୍ରା କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି ।