ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ

ବିଜେଡିରୁ ଇସ୍ତଫା ଦେଲେ ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ

ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଏହି ଅବସରରେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି ।

ଏହା ମଧ୍ୟରେ ରାଜନେତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର ।

ସୂଚନା ମୁତାବକ, ବିଜେଡିରୁ ଇସ୍ତଫା ଦେଇଛନ୍ତି ହିନ୍ଦୋଳ ବିଧାୟିକା ସୀମାରାଣୀ ନାୟକ । ଏନେଇ ବିଧାୟିକା ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସୀମା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ସୀମାରାଣୀ ତାଙ୍କର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଛନ୍ତି । ହିନ୍ଦୋଳବାସୀଙ୍କ ସେବା କରିବା ପାଇଁ ଦଳ ତାଙ୍କୁ ସୁଯୋଗ ଦେଇଥିବାରୁ ସେଥିପାଇଁ ସେ କୃତଜ୍ଞତା ଜଣାଇଛନ୍ତି ।