୬ରୁ ୮ ପୁଣି ବର୍ଷା
ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ତଥା ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶ ଉପରେ ରହିଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି।

ଉତ୍ତର ଛତିଶଗଡ଼ ଓ ସଂଲଗ୍ନ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ତଥା ଦକ୍ଷିଣ-ପୂର୍ବ ଉତ୍ତରପ୍ରଦେଶ ଉପରେ ରହିଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବ ଓଡ଼ିଶା ଉପରେ ଏବେ ନାହିଁ। ଅନ୍ୟପଟେ ୬ ତାରିଖରୁ ୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୬ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ଏଥିସହ ୭ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଖୋର୍ଧା ଓ ପୁରୀ ଜିଲ୍ଲାରେ ଅର୍ଥାତ ପୂରା ଉପକୂଳ ଓଡ଼ିଶା ବର୍ଷା ସମ୍ଭାବନାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୮ ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହୁଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।