ଓଡ଼ିଶାରେ କରମୁକ୍ତ ହେଲା 'ସାବରମତି ରିପୋର୍ଟ' ଚଳଚ୍ଚିତ୍ର
ସତ୍ୟ ଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର 'ଦି ସାବରମତି ରିପୋର୍ଟ', ଯାହାକି ୨୭ ଫେବୃଆରୀ ୨୦୦୨ର ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ପର୍ଯ୍ୟବସିତ।

ଓଡ଼ିଶାରେ 'ସାବରମତି ରିପୋର୍ଟ' ଚଳଚ୍ଚିତ୍ରକୁ କରମୁକ୍ତ କରାଯାଇଛି। ଏ ସଂକ୍ରାନ୍ତରେ ଆଜି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଓଡ଼ିଶାରେ 'ସାବରମତି ରିପୋର୍ଟ'କୁ କରମୁକ୍ତ କରାଯିବା ନେଇ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ବିଭରଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
ସତ୍ୟ ଘଟଣା ଉପରେ ଆଧାରିତ ହିନ୍ଦୀ ଚଳଚ୍ଚିତ୍ର 'ଦି ସାବରମତି ରିପୋର୍ଟ', ଯାହାକି ୨୭ ଫେବୃଆରୀ ୨୦୦୨ର ଗୋଧ୍ରା ରେଳ ପୋଡ଼ି ଘଟଣା ଉପରେ ପର୍ଯ୍ୟବସିତ। ଏହି ମର୍ମନ୍ତୁତ ଘଟଣା ଉପରେ ଆଧାରିତ ଚଳଚ୍ଚିତ୍ରଟି ଏବେ ଓଡ଼ିଶାରେ ପ୍ରଦର୍ଶିତ ହେଉଛି। ଏହି ଚଳଚ୍ଚିତ୍ରର ଗୁଣାତ୍ମକ ତଥା ଭାବାତ୍ମକ କାହାଣୀ ଦୃଷ୍ଟିରୁ ଚଳଚ୍ଚିତ୍ରଟିକୁ ଅଧିକ ଲୋକ ଦେଖବା ଆବଶ୍ୟକ। ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଦେଶକ୍ରମେ ଚଳଚ୍ଚିତ୍ରଟିକୁ ଓଡ଼ିଶାରେ କରମୁକ୍ତ କରାଗଲା। ଏହି ନିର୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରାଯାଇଥିବା ନେଇ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।