ବିଜେପିରେ ଯୋଗଦେଲେ ଭର୍ତ୍ତୃହରି ମହତାବ ଓ ସିଦ୍ଧାନ୍ତ ମହାପାତ୍ର
ଆଜି ବିଦ୍ଧି ବଦ୍ଧ ଭାବେ ବିଜେପିରେ ଯୋଗ ଦେଲେ ସାଂସଦ ଭର୍ତ୍ତୃହରି ମହତାବ,

ଆଜି ବିଦ୍ଧି ବଦ୍ଧ ଭାବେ ବିଜେପିରେ ଯୋଗ ଦେଲେ ସାଂସଦ ଭର୍ତ୍ତୃହରି ମହତାବ, ଅଭିନେତା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଆଜି ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ତିନିଜଣ ଯାକ ପଦ୍ମ ଧରିଛନ୍ତି। ଗତ ୨୨ ତାରିଖରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭର୍ତ୍ତୃହରି ୬ ଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି।
୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ ଓ ୨୦୧୯ରେ ଭର୍ତ୍ତୁହରି ଲଗାତାର କଟକ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜୟୀ ହୋଇଛନ୍ତି। ୨୦୧୭ରେ ସେ ଆଉଟଷ୍ଟାଣ୍ଡିଂ ପାର୍ଲାମେଣ୍ଟାରିଆନ ଆୱାର୍ଡ ପାଇଥିବା ବେଳେ ୨୦୧୭, ୨୦୧୮, ୨୦୧୯ ଓ ୨୦୨୦ରେ ସଂସଦ ରତ୍ନ ଆୱାର୍ଡରେ ସମ୍ମାନୀତ ହୋଇଛନ୍ତି।
ସେହିପରି ବିଜେଡି ଟିକେଟରେ ବ୍ରହ୍ମପୁରରୁ ଦୁଇ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ସିଦ୍ଧାନ୍ତ ମହାପାତ୍ର। ୨୦୦୯ ଓ ୨୦୧୪ ସାଧାରଣ ନିର୍ବାଚନରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଚନ୍ଦ୍ରଶେଖର ସାହୁଙ୍କୁ ପରାସ୍ତ କରିଥିଲେ। ତେବେ ୨୦୧୯ ନିର୍ବାଚନରେ ବିଜେଡି ସିଦ୍ଧାନ୍ତ ମହାପାତ୍ରଙ୍କୁ ଟିକେଟ୍ ଦେଇନଥିଲା। ତେବେ ଆଜି ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସିଦ୍ଧାନ୍ତ ପଦ୍ମ ଧରିଛନ୍ତି। ସେହିପରି ମୟୂରଭଂଜ ଜିଲ୍ଲାର ଆଦିବାସୀ ଚେହେରା ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ବି ପଦ୍ମ ଧରିଲେ।