ସୋନପୁର ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୋନପୁର ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୋନପୁର ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହୋଇଯାଇଛି l ଶିବିରରେ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୬ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରେ ୧0 ଗୋଟି ବ୍ୟକ୍ତିଗତ ଓ 0୬ ଗୋଟି ସାମୁହିକ ଦରଖାସ୍ତ ରହିଛି l

ଶିବିରରେ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ସୋନପୁର-ଶ୍ରୀ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ବିନୀ ମେହେର , ଉପଜିଲ୍ଲାପାଳ ଡ଼.ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ରମେଶ ଚନ୍ଦ୍ର ସ୍ୱାଇଁ , ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲାପଂଚାୟତ ଅଧିକାରୀ ଶ୍ରୀ ଅର୍ଜୁନ ଚରଣ ମାଝୀ, ଡି ଏସ ଏସ ଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଡି ଡବ୍ଲୁ ଓ ଅଚ୍ୟୁତାନନ୍ଦ ସିଂ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ,ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ,ନିର୍ବାହୀ ଅଧିକାରୀ ପୌର ପରିଷଦ ସୋନପୁର ଶ୍ରୀ ସୂର୍ଯ୍ୟଂଶୁ ରୁଟ, ତଥା ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l

ରିପୋର୍ଟ, ଉଗ୍ରସେନ କର୍ମୀ, ସୁବର୍ଣ୍ଣପୁର