‘ସମ୍ବାଦ’ ଲୋନ୍‌ ସ୍କାମ୍‌ ନେଇ ସୌମ୍ୟ ବହିଷ୍କାର

‘ସମ୍ବାଦ’ ଲୋନ୍‌ ସ୍କାମ୍‌ ନେଇ ସୌମ୍ୟଙ୍କୁ ବହିଷ୍କାର କରାଯାଇଛି।

‘ସମ୍ବାଦ’ ଲୋନ୍‌ ସ୍କାମ୍‌ ନେଇ ସୌମ୍ୟ ବହିଷ୍କାର

‘ସମ୍ବାଦ’ ଲୋନ୍‌ ସ୍କାମ୍‌ ନେଇ ସୌମ୍ୟଙ୍କୁ ବହିଷ୍କାର କରାଯାଇଛି। ‘ଲୋନ୍‌ ସ୍କାମ୍‌ ନେଇ ଇଓଡବ୍ଲୁରେ ସୌମ୍ୟଙ୍କ ନାଁରେ ଅଭିଯୋଗ ହୋଇଛି। ଅନେକ ପୂର୍ବତନ କର୍ମଚାରୀ ଏନେଇ ଅଭିଯୋଗ କରିଛନ୍ତି। ୩ଶହରୁ ଅଧିକ କର୍ମଚାରୀଙ୍କ ନାଁରେ ଲୋନ୍‌ ଉଠାଯାଇଛି। ଜାଲ୍‌ ଡକ୍ୟୁମେଣ୍ଟ ଯୋଗେ କୋଟି କୋଟି ଟଙ୍କା ଉଠାଯାଇଛି। ଲୋନ୍‌ ଉଠାଇବା ପାଇଁ ଏହା ଏକ ସଂଗଠିତ ବ୍ୟାଙ୍କ୍‌ ଫ୍ରଡ୍‌ ବୋଲି ବିଜେଡି ପକ୍ଷରୁ ଏକ ପ୍ରେସ ରିଲିଜ ଜାରି କରାଯାଇଛି। ସୂଚନାନୁଯାୟୀ, ସୌମ୍ୟ ରଞ୍ଜନଙ୍କ ବିରୋଧରେ ଇଓଡବ୍ଲ୍ୟୁରେ ମାମଲା ରୁଜୁ ହୋଇଛି। ସମ୍ବାଦର ପୂର୍ବତନ କର୍ମଚାରୀ ଇଓଡବ୍ଲ୍ୟୁରେ ଅଭିଯୋଗ କରିଛନ୍ତି। ତାଙ୍କ ବିରୋଧରେ ୫୦୬, ୪୬୭, ୪୬୮, ୪୭୧, ୪୨୦, ୧୨୦ (ଖ)ରେ ମାମଲା ରୁଜୁ ହୋଇଛି। ଆହୁରି ଅନେକ କର୍ମଚାରୀ ତାଙ୍କ ନାମରେ ଅଭିଯୋଗ କରିଛନ୍ତି। ତାଙ୍କ ବିରୋଧରେ ବ୍ୟାଙ୍କ ସ୍କାମର ମଧ୍ୟ ଅଭିଯୋଗ ରହିଛି। ଜାଲ୍ ଡକ୍ୟୁମେଣ୍ଟ ଦେଇ ୩୦୦ରୁ ଉର୍ଦ୍ଧ୍ଵ କର୍ମଚାରୀଙ୍କ ନାଁରେ ଋଣ ନିଆଯାଇଛି। 

ସେପ୍ଟେମ୍ବର ୧୨ ତାରିଖରେ ସୌମ୍ୟଙ୍କୁ଼ ବିଜେଡି ଦଳର ଉପସଭାପତି ପଦରୁ ବହିଷ୍କାର କରାଯାଇଥିଲା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଦୁଇ ଧାଡ଼ିଆ ନିର୍ଦ୍ଦେଶନାମା ପ୍ରକାଶ ପାଇଥିଲା। ସେଥିରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ଉପସଭାପତି ପଦରୁ ହଟାଇ ଦିଆଯାଇଥିବା ଉଲ୍ଲେଖ କରାଯାଇଥିଲା।

ସୌମ୍ୟ ଗତ କିଛି ଦିନ ହେବ ଆମଘରର ହାଲଚାଲରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ସମାଲୋଚନା କରିଥିଲେ। ଏହା ସହିତ ନବୀନଙ୍କ କାର୍ୟ୍ୟକଳାପ ଉପରେ ମଧ୍ୟ ଅଙ୍ଗୁଳି ଉଠାଇଥିଲେ। ଯାହା ସୌମ୍ୟଙ୍କୁ ମହଙ୍ଗା ପଡ଼ିଛି। ପ୍ରଥମେ ତାଙ୍କୁ ଦଳ ଉପସଭାପତି ପଦରୁ ବହିଷ୍କାର କରାଯାଇଥିଲା। ଆଜି ପୁଣି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ତାଙ୍କୁ ବହିଷ୍କାର କରାଯାଇଛି।