ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ
ରାଜ୍ୟ ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ବସୁଛି ଗୁରୁତ୍ବପୂର୍ଣ୍ଣ ବୈଠକ

ରାଜ୍ୟ ବିଜେପିର ଗୁରୁତ୍ବପୂର୍ଣ୍ଣ ବୈଠକ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆଜି ବସୁଛି ଗୁରୁତ୍ବପୂର୍ଣ୍ଣ ବୈଠକ । ଦିନ ୧୧ଟାରେ ଏହି ବୈଠକ ବସିବ ।
ତେବେ ଗୁରୁବାର ବସିବାକୁ ଥିବା ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସମ୍ପାଦକ, ବରିଷ୍ଠ କର୍ମକର୍ତ୍ତା ଯୋଗ ଦେବେ । ଏହାସହ ଅନେକ ମନ୍ତ୍ରୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।
ସୂଚନାଯୋଗ୍ୟ ଯେ, ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେପ୍ଟେମ୍ୱର ୧୭ରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଭୁବନେଶ୍ୱର ଜନତା ମୈଦାନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେବେ । ଯେଉଁଠି ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ।
ସେହିପରି ଏହି ଗସ୍ତ ସମୟରେ ଆଉ କିଛି ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିପାରନ୍ତି ପ୍ରଧାନମନ୍ତ୍ରୀ । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ପରେ ସେଠାରୁ ସେ ଜନତା ମଇଦାନ ଯିବେ । ପରେ ଦିନ ଗୋଟାଏ ସୁଦ୍ଧା କାର୍ଯ୍ୟକ୍ରମ ସାରି ପ୍ରଧାନମନ୍ତ୍ରୀ ପୁଣି ଦିଲ୍ଲୀ ଫେରିବାର କାର୍ଯ୍ୟକ୍ରମ ରହିଛି ।