ମହିଳାଙ୍କ ପାଇଁ ଖୁସି ଖବର; ଖାତାକୁ ଗଲା ସୁଭଦ୍ରା ଟଙ୍କା

ସବୁ ଅପେକ୍ଷାରେ ହେଲା ଅନ୍ତ । ମହିଳାମାନଙ୍କ ପାଇଁ ଖୁସି ଖବର । ବ୍ୟାଙ୍କ୍ ଆକାଉଣ୍ଟକୁ ଗଲା ସୁଭଦ୍ରା ଯୋଜନାର ଟଙ୍କା । ଆଜି ନିଜ ଜନ୍ମଦିନରେ ଓଡ଼ିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଥିଲା ଭବ୍ୟ ଆୟୋଜନ।
ପ୍ରଧାନମନ୍ତ୍ରୀ ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚି ସିଧା ଗାଡ଼କଣ ଗାଁକୁ ଯାଇଥିଲେ ।ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ ମୋଦି। ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିଥିଲେ ମୋଦି। ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି ।
ଆଜି ପ୍ରଧାନମନ୍ତ୍ରୀ ମୋଦି ୭୪ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭାଡନଗରରେ ଜନ୍ମ ଗ୍ରହଣ କରିଥିଲେ। ୨୦୦୧ରୁ ୨୦୧୪ ଯାଏଁ ଗୁଜରାଟର ମୁଖ୍ୟମନ୍ତ୍ରୀ ପରେ ୨୦୧୪ରୁ ଲଗାତାର ତିନି ଥର ସବୁଠୁ ପପୁଲାର୍ ପ୍ରଧାନମନ୍ତ୍ରୀ ହୋଇପାରିଛନ୍ତି।
ପୂର୍ବ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ରେକର୍ଡ ସହ ସମକକ୍ଷ ହୋଇପାରିଛନ୍ତି ମୋଦି। ଉତ୍ତରପ୍ରଦେଶର ବାରାଣସୀ ସଂସଦୀୟ କ୍ଷେତ୍ରରୁ ଲଗାତାର ତିନିଥର ନିର୍ବାଚିତ ହୋଇ ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ। ୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି।