ଆଜିର ରାଶିଫଳ

୨୦୨୩ ମସିହା ଅଗଷ୍ଟ ମାସ ୧୭ ତାରିଖ (ଗୁରୁବାର)

ଆଜିର ରାଶିଫଳ

            ମହାବୀର ପଞ୍ଜିକା

 ✧═════❁❀❁═════  

 ଅଦ୍ୟ ଅଗଷ୍ଟ ମାସ ୧୭ ତାରିଖ ୨୦୨୩ ମସିହା (ଗୁରୁବାର)

ଶକାବ୍ଦ -୧୯୪୫

ସମ୍ବତ -୨୦୮୦

ଦିଲ୍ଲୀସ୍ୱରାଦ୍ଧ-୧୪୩୦

ସମ୍ବତ୍ସର-ପିଙ୍ଗଳ

ଶ୍ରାବଣମାସ- ଶୁକ୍ଲପକ୍ଷ

ତିଥି- ପ୍ରତିପଦ ସନ୍ଧ୍ୟା ଘ୦୫/୪୦ ପର୍ୟ୍ୟନ୍ତ ତଦନ୍ତେ ଦ୍ଵିତୀୟା

ନକ୍ଷତ୍ର- ମଘା ରାତ୍ରି ଘ୦୮/୦୮ ପର୍ୟ୍ୟନ୍ତ ତଦନ୍ତେ ପୁର୍ବା ଫା

ଚନ୍ଦ୍ର- ସିଂହ

ଯୋଗ- ପରିଘ

କରଣ - ବବ

ସୌରମାସ- ସିଂହ ୦୧ ଦିନ

✧═════❁❀❁═════

ସୁର୍ୟୋଦୟ-ପ୍ରାତଃ ଘ୦୫/୩୨/୧୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୫୦

*✧═════❁❀

ଯୋଗିନୀ ପୂର୍ବେ ସନ୍ଧ୍ୟା ଘ୦୫/୪୦ ପର୍ୟ୍ୟନ୍ତ ତଦନ୍ତେ ଉତ୍ତରେ

 ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କର୍କଟ ଓ ମକର ରାଶିର ଘାତଚନ୍ଦ୍ର

ତୁଳା ଓ କୁମ୍ଭ ରାଶିର ଘାତବାର

✧═════❁❀❁═══

କାଳବେଳା ଓ ବାରବେଳା - ଦିବା ଘ୦୨/୫୬ ଗତେ ଘ୦୬/୦୯ ମଧ୍ୟେ

══❁❀❁

ବିଶୁଦ୍ଧ ଅମୃତ ବେଳ। -ଦିବା ଘ୦୧/୧୯ ଗତେ ଘ୦୨/୫୫ ମଧ୍ୟେ

ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୭/୦୮ ମଧ୍ୟେ ଓ ଘ୧୦/୨୦ ଗତେ ଘ୧୨/୪୪ ମଧ୍ୟେ

*══❁❀❁═════

ଅଦ୍ୟ ପାଣିକଖାରୁ ସନ୍ଧ୍ୟା ଘ୦୫/୪୦ ଗତେ  ବୋଇତିକଖାରୁ ଭକ୍ଷଣ ନିଷେଧ

✧══❁❀❁═════

 ଡ:ବାୟୁନନ୍ଦନ ମିଶ୍ର 

 ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର

ଅଦୃଶ୍ୟଶକ୍ତି ଭବନ

ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭

ମୋବାଇଲ-9437064130

www.adrushyashaktiastro.com

✧═════❁❀❁═════ 

    

   ꧁ ଆଜିର ରାଶିଫଳ

 ✧═════❁❀❁═════

ମେଷ - ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟକ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।

 ✧═════❁❀❁═════ 

ବୃଷ - ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି  ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।

✧═════❁❀❁═════ 

ମିଥୁନ - ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।

✧═════❁❀❁═════ 

 କର୍କଟ - ଆଜି  ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।

✧═════❁❀❁═════ 

ସିଂହ - ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ  ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।

✧═════❁❀❁═════ 

 କନ୍ୟା - ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।

✧═════❁❀❁═════ 

 ତୁଳା - ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।

✧═════❁❀❁═════ 

ବିଛା = ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି।  ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।

 ✧═════❁❀❁═════ 

ଧନୁ - ଆଜି  ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।

✧═════❁❀❁═════ 

ମକର - ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

✧═════❁❀❁═════ 

କୁମ୍ଭ - ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।

 ✧═════❁❀❁═════ 

ମୀନ - ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ

✧═════❁❀❁═════