ଆଜିର ରାଶିଫଳ
୨୦୨୩ ମସିହା ମାର୍ଚ୍ଚ ମାସ ୧୭ ତାରିଖ ( ଶୁକ୍ରବାର )

ମହାବୀର ପଞ୍ଜିକା
✧═════•❁❀❁•═════✧
ଅଦ୍ୟ ମାର୍ଚ୍ଚ ମାସ ୧୭ ତାରିଖ ୨୦୨୩ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୪
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୩୦
ସମ୍ବତ୍ସର-ଅନଳ
ଚୈତ୍ରମାସ-କୃଷ୍ଣପକ୍ଷ
ତିଥି- ଦଶମୀ ଦିବା ଘ୦୨/୦୧ଗତେ ଏକାଦଶୀ
ନକ୍ଷତ୍ର-ଉତ୍ତରାଷାଢା ରାତ୍ରି ଘ୦୪/୨୦ ଗତେ ଶ୍ରାବଣ।
ଚନ୍ଦ୍ର- ଧନୁ ଦିବା ଘ୧୦/୪୬ଗତେ ମକର
ଯୋଗ- ବାରୀୟ।ନ
କରଣ - ବିଷ୍ଟି
ସୌରମାସ- ମୀନ ୦୩ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୫୮/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୪/୧୯
*✧═════•❁❀
ଯୋଗିନୀ ଉତ୍ତରେ ଦିବା ଘ୦୨/୦୧ଗତେ ଅଗ୍ନିକୋଣେ
ସିଂହ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶିର ଘାତବାର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏକାଦଶୀ ର ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା - ଦିବା ଘ୦୮/୫୩ଗତେ ଘ୧୧/୫୩ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୩୩ ମଧ୍ୟେ ଓ ଘ୦୮/୨୦ ଗତେ ଘ୦୮/୫୨ ମଧ୍ୟେ ଓ ଘ୦୧/୦୮ ଗତେ ଘ୦୨/୪୬ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୧୦/୪୩ ଗତେ ଘ୧୧/୪୩ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ କଳମଶାଗ ଦିବା ଘ୦୨/୦୧ ଗତେ ଶିମ୍ବ ଭକ୍ଷଣ ନିଷେଧ
═✧══•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
✧═════•❁❀❁•═════✧
꧁ଆଜିର ରାଶିଫଳ꧂
✧═════•❁❀❁•═════✧
ମେଷ : ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ । ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜ ଋଣ ପରିଶୋଧ କରି ଆମ ତ୍ତୃପ୍ତି ଲାଭ କରିପାରନ୍ତି।
✧═════•❁❀❁•═════✧
ବୃଷ : ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ର କରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମି ଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ି ପାରେ।
✧═════•❁❀❁•═════✧
ମିଥୁନ : ଆଜି ନୂତନ କର୍ମ ସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବ ଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।
✧═════•❁❀❁•═════✧
କର୍କଟ : ଆଜି ହଠାତ୍ କୌଣସି ଶୁଭ ଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। ବନ୍ଧୁ ମାନ ଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।
✧═════•❁❀❁•═════✧
ସିଂହ : ଆଜି ଆପଣ କର୍ମକ୍ଷେତ୍ରରେ ଧୀର ପାଣି ପଥର କାଟେ ନୀତିରେ କାମ କରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।
✧═════•❁❀❁•═════✧
କନ୍ୟା : ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନ ଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ି ପାରେ । ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।
✧═════•❁❀❁•═════✧
ତୁଳା : ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।
✧═════•❁❀❁•═════✧
ବିଛା : ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି। ଜମି ଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇ ଦେବ।
✧═════•❁❀❁•═════✧
ଧନୁ : ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହ ପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।
✧═════•❁❀❁•═════✧
ମକର : ଆଜି ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତି କର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛା ବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।
✧═════•❁❀❁•═════✧
କୁମ୍ଭ : ଆଜି ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି। ନିକଟ ସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ି ପାରେ।
✧═════•❁❀❁•═════✧
ମୀନ : ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷା ପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ। ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ
✧═════•❁❀❁•═════✧