ଆଜିର ରାଶିଫଳ

୨୦୨୩ ମସିହା ମାର୍ଚ୍ଚ ମାସ ୧୮ ତାରିଖ ( ଶନିବାର )

ଆଜିର ରାଶିଫଳ

             ମହାବୀର ପଞ୍ଜିକା

 ✧═════•❁❀❁•═════  

 ଅଦ୍ୟ ମାର୍ଚ୍ଚ ମାସ ୧୮ ତାରିଖ ୨୦୨୩ ମସିହା(ଶନିବାର)

ଶକାବ୍ଦ -୧୯୪୪

ସମ୍ବତ -୨୦୭୯

ଦିଲ୍ଲୀସ୍ୱରାଦ୍ଧ-୧୪୩୦

ସମ୍ବତ୍ସର-ଅନଳ

ଚୈତ୍ରମାସ-କୃଷ୍ଣପକ୍ଷ

ତିଥି- ଏକାଦଶୀ ଦିବା ଘ୧୧/୧୫ ଗତେ ଦ୍ଵାଦଶୀ 

ନକ୍ଷତ୍ର-ଶ୍ରବଣ। ରାତ୍ରି ଘ୦୧/୦୯  ଗତେ ଧନିଷ୍ଟା

ଚନ୍ଦ୍ର-ମକର

ଯୋଗ- ଶିବ

କରଣ - ବାଳବ

ସୌରମାସ- ମୀନ ୦୪ ଦିନ

✧═════•❁❀❁•═════

ସୁର୍ୟୋଦୟ-ପ୍ରାତଃ ଘ୦୫/୫୮/୫୯

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୪/୫୯

*✧═════•❁❀

ଯୋଗିନୀ ଅଗ୍ନିକୋଣେ ଦିବା  ଘ୦୧୧/୧୬ ଗତେ ନୈରୁତେ

ସିଂହ ରାଶିର ଘାତଚନ୍ଦ୍ର

ବୃଷ,ସିଂହ ଓ କନ୍ୟା ରାଶିର ଘାତବାର

ଦ୍ଵାଦଶୀ ର ଏକୋଦିଷ୍ଟ  ଓ ପାର୍ବଣ ଶ୍ରାଦ୍ଧ ଏକାଦଶୀ ର ଏକୋଦିଷ୍ଟ ଶ୍ରାଦ୍ଧ

✧═════•❁❀❁•═══

କାଳବେଳା -ଦିବା ଘ୦୭/୨୮ ମଧ୍ୟେ ଓ ଘ୦୪/୨୬ ଗତେ ଘ୦୫/୫୭ ମଧ୍ୟେ

ବାରବେଳା - ଦିବା ଘ୦୧/୨୬ ଗତେ ଘ୦୨/୫୭ ମଧ୍ୟେ

══•❁❀❁•

ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୯/୫୮ ଗତେ ଘ୦୧/୧୨ ମଧ୍ୟେ ଓ ରାତ୍ରି ଘ୦୮/୧୮ ଗତେ ଘ୧୦/୪୦ ମଧ୍ୟେ

ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି

*══•❁❀❁•═════

ଅଦ୍ୟ ଶିମ୍ବ ଦିବା ଘ୧୧/୧୬ ଗତେ ପୋଇ ଭକ୍ଷଣ ନିଷେଧ

**══•❁❀❁•═════

 ଡ:ବାୟୁନନ୍ଦନ ମିଶ୍ର 

 ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର

ଅଦୃଶ୍ୟଶକ୍ତି ଭବନ

ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭

ମୋବାଇଲ-9437064130

 

 

            ଆଜିର ରାଶିଫଳ

        ✧═════•❁❀❁•═════

ମେଷ- ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।

✧═════•❁❀❁•═════

ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

✧═════•❁❀❁•═════

ମିଥୁନ- ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।

✧═════•❁❀❁•═════

କର୍କଟ - ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।

✧═════•❁❀❁•═════

ସିଂହ - ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।

✧═════•❁❀❁•═════

କନ୍ୟା - ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।

✧═════•❁❀❁•═════

ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।

✧═════•❁❀❁•═════

ବିଛା- ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।

✧═════❁❀❁═════

ଧନୁ - ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।

✧═════❁❀❁═════

ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।

✧═════❁❀❁═════

କୁମ୍ଭ - ଗୁରୁଜନ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।

✧═════❁❀❁═════

ମୀନ- ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।

✧═════❁❀❁═════