ଆଜିର ରାଶିଫଳ

ଅଦ୍ୟ ଜୁନ ମାସ ୨୮ ତାରିଖ ୨୦୨୩ ମସିହା(ବୁଧବାର)

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଜୁନ ମାସ ୨୮ ତାରିଖ ୨୦୨୩ ମସିହା(ବୁଧବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୦*

*ସମ୍ବତ୍ସର-କପିଳ*

*ଆଷାଢ଼ମାସ-ଶୁକ୍ଳପକ୍ଷ*

*ତିଥି- ଦଶମୀ ରାତ୍ରି ଘ୦୩/୩୦ ପର୍ୟ୍ୟନ୍ତ ତଦନ୍ତେ ଏକାଦଶୀ*

*ନକ୍ଷତ୍ର-ଚିତ୍ରା ଦିବା ଘ୦୪/୫୦ ପର୍ୟ୍ୟନ୍ତ ତଦନ୍ତେ ସ୍ଵାତୀ*

*ଚନ୍ଦ୍ର- ତୁଳା*

*ଯୋଗ- ପରିଘ*

*କରଣ - ତୈତିଳ*

*ସୌରମାସ- ମିଥୁନ ୧୪ ଦିନ*

*ଅଦ୍ୟ ବାହୁଡା଼ ଯାତ୍ରା*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୨୮*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୩୯*

*✧═════•❁❀

*ଯୋଗିନୀ ଉତ୍ତରେ ରାତ୍ରି ଘ୦୩/୩୦ ପର୍ୟ୍ୟନ୍ତ ତଦନ୍ତେ ଅଗ୍ନିକୋଣେ*

*କର୍କଟ ରାଶିର ଘାତବାର*

*ଦଶମୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ*

✧═════•❁❀❁•═══

*କାଳବେଳା -ଘ୦୮/୩୨ ଗତେ ଘ୧୦/୧୨ ମଧ୍ୟେ*

*ବାରବେଳା - ଘ୧୨/୫୦ ଗତେ ଘ୦୧/୩୦ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୩୮ ଗତେ ଘ୦୮/୩୧ ମଧ୍ୟେ ଓ ଘ୧୧/୦୪ ଗତେ ଘ୧୨/୪୯ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି*

═✧*══•❁❀❁•═════✧

*ଅଦ୍ୟ କଳମଶାଗ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।*

*✧═════•❁❀❁•═════✧*

*ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।* 

*✧═════•❁❀❁•═════✧*

*ମିଥୁନ-ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ନୂଆ ନିଯୁକ୍ତି ଯୋଗ ଅଛି। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମା କୃତକାର୍ଯ୍ୟ ହେବେ।*

*✧═════•❁❀❁•═════✧*

*କର୍କଟ -ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।* 

*✧═════•❁❀❁•═════✧*

*ସିଂହ -ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସମୟ ଗୁଡିକ ହସ ଖୁସିରେ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।* 

*✧═════•❁❀❁•═════✧*

*କନ୍ୟା -ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ।* 

*✧═════•❁❀❁•═════✧*

*ତୁଳା- ଅଚାନକ ଧନପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।* 

*✧═════•❁❀❁•═════✧*

*ବିଛା-ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ।*

*✧═════•❁❀❁•═════✧*

*ଧନୁ -ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ।*

*✧═════•❁❀❁•═════✧*

*ମକର- ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ଦେଖାଦେବ।*

*✧═════•❁❀❁•═════✧*

*କୁମ୍ଭ -ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନେ ହସଖୁସିରେ ସମୟ ବିତାଇବେ।ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।* 

*✧═════•❁❀❁•═════✧*

*ମୀନ-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।*

*✧═════•❁❀❁•═════✧*