ସସପେଣ୍ତ୍ ହେଲେ ୨ ବିଜେପି ବିଧାୟକ
ବାଚସ୍ପତିଙ୍କ ପୋଡିୟମକୁ ଡାଲି ଫିଙ୍ଗିଲେ; ସସପେଣ୍ତ୍ ହେଲେ ୨ ବିଜେପି ବିଧାୟକ

ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଡାଲି ଫିଙ୍ଗିଲେ ବିଜେପି ବିଧାୟକ । ଗୃହ ମଧ୍ୟଭାଗରେ ପ୍ରଥମେ ହୋହଲ୍ଲା ପରେ ବିଜେପି ସଦସ୍ୟ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡ଼ାଲି ମାଡ଼ କରିଥିବାର ସୂଚନା ମଳିଛି ।
ଦୁଇ ବିଜେପି ବିଧାୟକ ପଲିଥିନରେ ଆଣିଥିବା ଡାଲି ଦେଖାଇ ପୋଡ଼ିୟମକୁ ଫିଙ୍ଗିଥିଲେ । ଏନେଇ ଦୁହିଁଙ୍କୁ ବିଧାନସଭାରୁ ସସ୍ପେଣ୍ଡ କରାଯାଇଛି । ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।