ନୂଆଦିଲ୍ଲୀରେ ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ଚୂଡାନ୍ତ ରଣନୀତି

ନୂଆଦିଲ୍ଲୀରେ ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ନୂଆଦିଲ୍ଲୀରେ ଆରମ୍ଭ ହୋଇଛିି ବିଜେପିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଆରମ୍ଭ । ବୈଠକର ପ୍ରଥମ ଦଳୀୟ ନେତା, ମନ୍ତ୍ରୀଙ୍କୁ ବିଜୟମନ୍ତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ ।ମୋଦୀ କହିଛନ୍ତି ୩୭୦ ଲୋକସଭା ଆସନ ଜିତିବା ବିଜେପି ପାଇଁ ଶ୍ୟାମା ପ୍ରସାଦ ମୁର୍ଖାଜୀଙ୍କ ଲାଗି ପ୍ରକୃତ ଶ୍ରଦ୍ଧାଞ୍ଜଳୀ ହେବ । ଶ୍ୟାମା ମୁର୍ଖାଜୀ ଧାରା ୩୭୦ ରଦ୍ଧ କରିବାକୁ ଲଢ଼ିଥିଲେ । ଏଥିସହ ମୋଦୀ କହିଛନ୍ତି ଲୋକସଭା ନିର୍ବାଚନର ଦଳର ପ୍ରାର୍ଥୀମାନେ ନିଜ ନିଜର ବିଜୟ ସୁନିଶ୍ଚିତ କରିବା ଉଚିତ । ଅନ୍ୟ ପଟେ ଏହି ବୈଠକରେ ଆଗାମୀ ସାଧାରଣ ନିର୍ବାଚନ ପାଇଁ ଚୂଡାନ୍ତ ରଣନୀତି ପ୍ରସ୍ତୁତ ହେବ । ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନେତାମାନଙ୍କୁ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଇଛନ୍ତି । କେମିତି ନିର୍ବାଚନ ପରିଚାଳନା କରିବେ, କେଉଁ ପ୍ରସଙ୍ଗକୁ ନେଇ ଲୋକଙ୍କ ପାଖକୁ ଯିବେ ସେ ନେଇ ଦଳୀୟ ନେତା ମାନଙ୍କୁ ଟିପ୍ସ ଦିଆଯାଇଛି । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ଼ା ଉଦଘାଟନ କରିଛନ୍ତି । ନେତା ଓ କାର୍ଯ୍ୟକର୍ତାଙ୍କୁ ପ୍ରଧାନମନ୍ତ୍ରୀ ଓ ଶୀର୍ଷ ନେତୃତ୍ୱଙ୍କ ଟିପ୍ସ, ବିଜେପିକୁ ତୃଣମୂଳ ସ୍ତରରେ ମଜବୁତ କରିବାରେ ସହାୟକ ହେବ ବୋଲି ଦଳ ଆଶା ରଖିଛି । ସାରାଦେଶରୁ ପାଖାପାଖି ୧୧ହଜାର ନେତା ଓ କର୍ମକର୍ତା ଏହି ଦୁଇ ଦିନିଆ ବୈଠକରେ ସାମିଲ ହେଉଛନ୍ତି । ଏମାନଙ୍କ ମଧ୍ୟରେ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ସାଂସଦ ବିଧାୟକ, ରାଜ୍ୟ ପଦାଧିକାରୀ, ବିଭିନ୍ନ କମିଟି ସଦସ୍ୟ, ରାଜ୍ୟ ମୁଖପାତ୍ର, ଲୋକସଭା ପ୍ରଭାରୀ ପ୍ରମୁଖ ଅଧିବେଶନରେ ସାମିଲ ହୋଇଛନ୍ତି ।