ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା
ରାଜ୍ୟରେ ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଆସନ୍ତା ୪ ଦିନ ଯାଏଁ ତାପମାତ୍ରା ମଧ୍ୟ କମ୍ ରହିବ । ରବିବାର ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି ।
ବର୍ଷା ଯୋଗୁ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା କମିଛି । ମାଲକାନଗିରିରେ ଦିନ ତାପମାତ୍ରା ସର୍ବାଧିକ ୩୫.୨ ଡିଗ୍ରୀ ରହିଛି । ରାୟଗଡ଼ାରେ ୩୪.୪ ଓ ପାରଳାଖେମୁଣ୍ଡିରେ ୩୪.୨ ରହିଛି