ପୋଲ ତଳକୁ ଓଲଟିଲା ଯାତ୍ରୀବାହୀ ବସ୍, ୩୭ ଗୁରୁତର
ବୌଦ୍ଧ ଜିଲ୍ଲା ଆଦର୍ଶ ଥାନା ଅନ୍ତର୍ଗତ ବାମଣ୍ଡା ସୁନାଖାଇ ପୋଲ ତଳକୁ ଖସି ଓଲଟିଲା ଯାତ୍ରୀବାହୀ ବସ୍

ବୌଦ୍ଧ ଜିଲ୍ଲା ଆଦର୍ଶ ଥାନା ଅନ୍ତର୍ଗତ ବାମଣ୍ଡା ସୁନାଖାଇ ପୋଲ ତଳକୁ ଖସି ଓଲଟିଲା ଯାତ୍ରୀବାହୀ ବସ୍ । ବସ୍ଟି ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିବା ବେଳେ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଫଳରେ ୩୭ ଜଣ ଯାତ୍ରୀ ଆହତ ହୋଇଛନ୍ତି।
ସୂଚନାନୁଯାୟୀ, ୬୦ରୁ ଉର୍ଦ୍ଧ୍ଵ ଯାତ୍ରୀଙ୍କୁ ନେଇ ମହାଦେବ ନାମକ ଏକ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଯାଉଥିଲା।
୧୫ ଜଣ ଯାତ୍ରୀ ଏବେବି ବୌଦ୍ଧ ମେଡିକାଲରେ ଭର୍ତି ହୋଇରହିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସେମାନଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଡ୍ରାଇଭର ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିବା ଯୋଗୁଁ ଦୁର୍ଘଟଣା ଘଟିଥିବା ଯାତ୍ରୀ ଅଭିଯୋଗ କରିଛନ୍ତି । ସେପଟେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ବସ୍ଟିକୁ ଜବତ କରିବା ସହିତ ଅଧିକ ତଦନ୍ତ ଜାରି ରଖିଛି।