ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଯୋଡ଼ି ହେବେ ଆଉ ୩ଟି ଜିଲ୍ଲା

ଆଜି କୋରାପୁଟ, ନୂଆପଡ଼ା ଓ ଯାଜପୁର ଜିଲ୍ଳାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାର ଶୁଭାରମ୍ଭ କରାଯିବ

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ଯୋଡ଼ି ହେବେ ଆଉ ୩ଟି ଜିଲ୍ଲା

ଆଜି କୋରାପୁଟ, ନୂଆପଡ଼ା ଓ ଯାଜପୁର ଜିଲ୍ଳାରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାର ଶୁଭାରମ୍ଭ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ଜରିଆରେ ଯୋଜନା ଅନ୍ତର୍ଗତ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ।

ଗ୍ରାମାଭିମୁଖୀ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ କୋରାପୁଟ ଜିଲ୍ଲାରେ ୧୨୦ କୋଟି ଟଙ୍କା ବ୍ୟୟରେ ୩ ହଜାର ୮୭ଟି ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ନୂଆପଡ଼ା ଜିଲ୍ଲାରେ ୬୫ କୋଟି ଟଙ୍କା ୫୦ ଲକ୍ଷ ଟଙ୍କା ବ୍ୟୟରେ ୧ ହଜାର ୭୬୫ଟି ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ। ଯାଜପୁର ଜିଲ୍ଲା ପାଇଁ ଏହି ଯୋଜନାରେ ୧୫୫ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟବରାଦ କରାଯାଇଛି। ଜିଲ୍ଲାରେ ୪ ହଜାର ୧୦୯ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ ଓଡିଶାର ସଂସ୍କୃତିର ମୂଳଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।

ଅକ୍ଟୋବର ୧୦ ତାରିଖରେ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସରେ ରହିଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ। ସାରା ରାଜ୍ୟରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ପାଇଁ ୩ ହଜାର ୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ରାଜ୍ୟର ୬ ହଜାର ୭୯୪ଟି ପଞ୍ଚାୟତ ସାମିଲ ହେବେ । ମୋଟ ୯୦ ହଜାର ୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ମିଳିବ ।