ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଆଜି ପର୍ୟ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ

ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ

ଆଜି ପର୍ୟ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ । ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ ୧ରୁ ଜୁଲାଇ ୩୧ ତାରିଖ ପର୍ୟ୍ୟନ୍ତ ୩ ମାସ ଭିତରକନିକା ବନ୍ଦ ରହିଥିଲା । ଏହି ସମୟରେ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ । ମଙ୍ଗଳବାରଠୁ ଉଦ୍ୟାନ ଖୋଲୁଥିବାରୁ ପର୍ୟ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବା ନିମନ୍ତେ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଛି ।

ଗୁପ୍ତି, ଚାନ୍ଦବାଲି, ଖୋଳା ଓ ଡାଙ୍ଗମାଳ ପ୍ରଭୃତି ୪ଟି ପ୍ରବେଶ ପଥ ଦେଇ ପର୍ୟ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିପାରିବେ ।ଯନ୍ତ୍ରଚାଳିତ ବୋଟ୍‌ ସହ ବନ ବିଭାଗ ତରଫରୁ ଡାଙ୍ଗମାଳଠାରେ ରହିଥିବା ୫ଟି ଫାଇବର ବୋଟ୍‌ରେ ମଧ୍ୟ ପର୍ୟ୍ୟଟକମାନେ ବୁଲି ଭିତରକନିକାର ନୈସର୍ଗିକ ଶୋଭା ଉପଭୋଗ କରିବେ। ଚଳିତବର୍ଷ ଭିତରକନିକାକୁ ସମ୍ପୂର୍ଣ୍ଣ ଭାବେ ପଲିଥିନ୍‌ମୁକ୍ତ କରାଯାଇଛି ।