ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେଡି ସାଂସଦ ସୁଜିତ କୁମାର
ବିଜେଡିକୁ ବଡ଼ ଝଟକା ମିଳିଛି। ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି
ବିଜେଡିକୁ ବଡ଼ ଝଟକା ମିଳିଛି। ବିଜେଡି ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭା ଅଧ୍ୟକ୍ଷଙ୍କ ପାଖକୁ ପଠାଇଦେଇଛନ୍ତି। ସୁଜିତ ବିଜେଡିର ଜଣେ ଟାଣୁଆ ନେତା ଥିଲେ।
ଅନ୍ୟପକ୍ଷରେ ସୁଜିତ କୁମାରଙ୍କୁ ଦଳରୁ ବହିଷ୍କାର କରିଛି ବିଜେଡି। ଦଳ ତାଙ୍କୁ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର କରାଯାଇଥିବା ପ୍ରେସ ରିଲିଜ୍ରେ ସୂଚନା ଦିଆଯାଇଛି। ସୁଜିତ ବିଜେଡି ଛାଡ଼ିବା ପରେ ସେ ବିଜେପିରେ ମିଶିବା ନେଇ ଚର୍ଚ୍ଚା ହେଉଛି।
ସୂଚନାଯୋଗ୍ୟ, କିଛି ଦିନ ତଳେ ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଥିଲେ। ପରେ ସେ ବିଜେଡି଼ ଛାଡ଼ି ବିଜେପିରେ ଯୋଗ ଦେଇଥିଲେ।








