ବଦଳି କରାଯାଇଥିବା ପୋଲିସ ଅଧିକାରୀଙ୍କୁ ଝାରସୁଗୁଡାରୁ ବିଦା କରାଯାଉ
ବିଜେପିର ପ୍ରତିନିଧିମଣ୍ଡଳୀ ସିଇଓଙ୍କୁ ଭେଟି ଦାବିପତ୍ର ପ୍ରଦାନ

ଝାରସୁଗୁଡା ଉପନିର୍ବାଚନ ପରିପ୍ରେକ୍ଷିରେ ଗତ ମାର୍ଚ୍ଚ ୧୮ତାରିଖରେ ଝାରସୁଗୁଡାରେ କାର୍ଯ୍ୟରତ ୧୦ଜଣ ପୋଲିସ ଅଧିକାରୀଙ୍କ ବଦଳିର ୩୭ଦିନ ବିତି ଯାଇଥିଲେ ମଧ୍ୟ ଏଯାଏଁ କୌଣସି ଅଧିକାରୀଙ୍କୁ ସେଠାରୁ କାର୍ଯ୍ୟରୁ ନିବୃତ କରାଯାଇ ନାହିଁ। ଫଳରେ ଉପନିର୍ବାଚନ ପାଇଁ ଶାସକ ଦଳ ସପକ୍ଷରେ ସେମାନେ ପ୍ରଚାର କାର୍ଯ୍ୟ କରୁଥିବାର ଦେଖାଯାଉଛି ବୋଲି ପ୍ରଶ୍ନ ଉଠାଇଛି ରାଜ୍ୟ ବିଜେପି
ଏନେଇ ତୁରନ୍ତ ବଦଳି କରାଯାଇଥିବା ପୋଲିସ ଅଧିକାରୀଙ୍କୁ ଝାରସୁଗୁଡାରୁ ବିଦା କରାଯାଉ । ଝାରସୁଗୁଡାରେ କିଭଳି ଆଇନ ଶୃଙ୍ଖଳା ଓ ଅବାଧ ମୁକ୍ତ ନିର୍ବାଚନ ଅନୁଷ୍ଠିତ ହେବ ସେଥିନେଇ ଆଜି ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଙ୍କ ନେତୃତ୍ୱରେ ବିଜେପିର ପ୍ରତିନିଧିମଣ୍ଡଳୀ ସିଇଓଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି