ରାଜ୍ୟପାଳଙ୍କ ଅଭିଭାଷଣ ସହ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ
ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି

ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବର୍ଷର ପ୍ରଥମ ଅଧିବେଶନ ଥିବାରୁ ରାଜ୍ୟପାଳଙ୍କ ଅଭିଭାଷଣ ସହ ବଜେଟ ଅଧିବେଶନ ଆରମ୍ଭ ହୋଇଛି। ରାଜ୍ୟପାଳଙ୍କୁ ବିଧାନସଭା ପରିସରରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବା ପରେ ରାଜ୍ୟପାଳ ରଘୁବର ଦାସ ଗୃହରେ ଅଭିଭାଷଣ ରଖିଥିଲେ । ବିଧାନସଭାର ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଜ୍ୟପାଳ । ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ମଧ୍ୟ ଜଣାଇଛନ୍ତି।
ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଷୋଡ଼ଶ ବିଧାନସଭାର ଏହା ହେଉଛି ଅନ୍ତିମ ଅଧିବେଶନ। ଅଧିବେଶନରେ ମାତ୍ର ୭ଟି କାର୍ଯ୍ୟ ଦିବସ ରହିଛି । ସ୍ୱଳ୍ପକାଳୀନ ଅଧିବେଶନ ହେଲେ ମଧ୍ୟ ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବା ସମ୍ଭାବନା ରହିଛି। ଆସନ୍ତା ୮ ତାରିଖରେ ଗୃହରେ ଅନ୍ତରୀଣ ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।