ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍

ଲୋକସଭାରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି

ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍

ଲୋକସଭାରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିଜର ବଜେଟ ଅଭିଭାଷଣ ଆରମ୍ଭ କରିଛନ୍ତି। ଖୋଲିଛି ନିର୍ମଳାଙ୍କ ବଜେଟ୍‌ ପେଢ଼ି। ସଂସଦରେ ପେପର୍‌ ଲେସ୍‌ ବଜେଟ୍‌ ଉପସ୍ଥାପନ ହୋଇଛି। 

ସମସ୍ତ ଔପଚାରିକତା ଶେଷ ପରେ ଅର୍ଥମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ସହ ସଂସଦରେ ଉପସ୍ଥିତ ହୋଇଥିଲେ ମନ୍ତ୍ରୀଗଣ ଓ ସବୁ ଦଳର ସାଂସଦ । ଏହାପରେ ସ୍ପିକର ଗୃହକୁ ସମ୍ବୋଧନ କରିବା ପରେ ଅର୍ଥମନ୍ତ୍ରୀ ଆଗତ କରିଛନ୍ତି ୨୦୨୪-୨୫ ବର୍ଷ ପାଇଁ ବଜେଟ୍ । ମୋଦୀଙ୍କ ୩ୟ ପାଳିର ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍।

ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା ଗରିବ, ମହିଳା, ଯୁବବର୍ଗ ଏବଂ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି। ୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି, ସୁଦକ୍ଷ ପାଇଁ ଲକ୍ଷ୍ୟ ରଖାଯାଇଛି।

ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା କରାଯାଇଛି। ୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ। ୧ କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ ପାଇଁ ପ୍ରୋତ୍ସାହନ ଦିଆଯିବ। ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ। ଏଥିସହ ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ ବୋଲି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।