ଆଜି କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ବୈଠକ
କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ବୈଠକ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହେବ

କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ବୈଠକ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ପ୍ରାୟ ୭ଟା ବେଳେ ବସିବ କ୍ୟାବିନେଟ ବୈଠକ। ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ମାରିବ କ୍ୟାବିନେଟ ।
ତେବେ ବୈଠକର ଏଜେଣ୍ଡା ସମ୍ପର୍କରେ ବିଧିବଦ୍ଧ ସୂଚନା ମିଳିନାହିଁ । ଭୋଟ ପୂର୍ବରୁ କିଛି ବଡ଼ ଘୋଷଣା ହେବାର ସମ୍ଭାବନା ରହିଛି । ସେହିପରି ୨୦୨୪-୨୫ ଆର୍ଥିକ ବର୍ଷର କାମଚଳା ଚିଠା ବଜେଟକୁ ମନ୍ତ୍ରୀ ପରିଷଦ ଅନୁମୋଦନ କରିବ ।