ଚକ୍ରଧାରୀ ଶରନ ସିଂ ହେଲେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ  ନିଯୁକ୍ତି ପାଇଛନ୍ତି

ଚକ୍ରଧାରୀ ଶରନ ସିଂ ହେଲେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

ପାଟନା ହାଇକୋର୍ଟର ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ  ନିଯୁକ୍ତି ପାଇଛନ୍ତି । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଷ୍ଟ୍ରପତି ସମ୍ବିଧାନର ଧାରା ୨୧୭(୧)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏବେ ଓଡ଼ିଶା ହାଇକୋର୍ଟର କାର୍ୟ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ କାର୍ୟ୍ୟ କରୁଛନ୍ତି ।