ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଲୋକାର୍ପିତ ହେଲା ସମ୍ ହସ୍ପିଟାଲ୍ର ଶୀତଳାପଲ୍ଲୀ କ୍ୟାମ୍ପସ୍

ଲୋକାର୍ପିତ ହେଲା ସମ୍ ହସ୍ପିଟାଲ୍ର ଶୀତଳାପଲ୍ଲୀ କ୍ୟାମ୍ପସ୍ । ସମ୍ ହସ୍ପିଟାଲ୍ର ଏହି ମଲ୍ଟି ସୁପର ସ୍ପେସିଆଲିଟି ହସ୍ପିଟାଲ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ଏହି ଲୋକାର୍ପଣ ଉତ୍ସବରେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ୍, ସୋଆ ପ୍ରତିଷ୍ଠାତା ପ୍ରଫେସର ଡକ୍ଟର ମନୋଜ ରଞ୍ଜନ ନାୟକ ଉପସ୍ଥିତ ରହିଥିଲେ । ।
ଦୀର୍ଘ ୧୯ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଜନସାଧାରଣଙ୍କୁ ଅବିରତ ଓ ଉତ୍ସର୍ଗୀକୃତ ଭାବେ ସ୍ୱାସ୍ଥ୍ୟସେବା ପ୍ରଦାନ କରିଆସୁଥିବା ଶିକ୍ଷା ଓ ଅନୁସନ୍ଧାନ ଏବେ ଦକ୍ଷିଣ ଓଡ଼ିଶାରେ ଉତ୍ତମ ତଥା ଅତ୍ୟାଧୁନିକ ସେବା ପ୍ରଦାନ କରିବା ଲକ୍ଷ୍ୟରେ ବ୍ରହ୍ମପୁର ନିକଟ ଶୀତଳାପଲ୍ଲୀ ଠାରେ ସମ୍ ହସ୍ପିଟାଲ୍ର ତୃତୀୟ କ୍ୟାମ୍ପସ୍ ଆରମ୍ଭ ହୋଇଛି ।
ଗତ ଜାନୁଆରୀ ମାସ ୨୧ ତାରିଖରେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଦ୍ୱିତୀୟ କ୍ୟାମ୍ପସ୍ ଫୁଲନଖରା ଠାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ ହୋଇଥିଲା ।