ପିଏଚଆଇଇଭି ଶିକ୍ଷା ସ୍ୱେଚ୍ଛାସେବୀଙ୍କ ପାରିଶ୍ରମିକ ହେଲା ୧୦ ହଜାର

ରାଜ୍ୟର ବିଭିନ୍ନ ବିଦ୍ୟାଳୟମାନଙ୍କର ଅଧ୍ୟୟନରତ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ତଥା ସ୍ୱତନ୍ତ୍ର ସେବା ଯୋଗାଇବା ନିମନ୍ତେ ୨୦୧୪ ମସିହାରୁ ବିଭିନ୍ନ ଗ୍ରାମ ପଂଚାୟତମାନଙ୍କରେ ଭିନ୍ନକ୍ଷମ ଶିକ୍ଷା ସ୍ୱେଚ୍ଛାସେବୀମାନଙ୍କୁ ନିୟୋଜିତ କରାଯାଇଥିଲା । ବର୍ତମାନ ଏହି ଶିକ୍ଷା ସ୍ୱେଚ୍ଛାସେବୀମାନଙ୍କୁ ମାସିକ ୫୩୭୯ ଟଙ୍କା ପାରିତୋଷିକ ଭାବରେ ଦିଆଯାଉଛି ।
ସୂଚନାଯୋଗ୍ୟଯେ, ୫-ଟି ଅଧ୍ୟକ୍ଷ କାର୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ । ସେମାନଙ୍କ ବିଭିନ୍ନ ଦାବିକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ପାରିତୋଷିକକୁ ମାସିକ ୫୩୭୯ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତି କରିଛନ୍ତି । ଏହାଦ୍ୱାରା ରାଜ୍ୟରେ ବର୍ତମାନ ନିୟୋଜିତ ୧୧୧୭ ଜଣ ଭିନ୍ନକ୍ଷମ ଶିକ୍ଷା ସ୍ୱେଚ୍ଛାସେବୀ ଉପକୃତ ହେବେ ।