ଆସନ୍ତାକାଲି କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଖୋର୍ଦ୍ଧା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆସନ୍ତାକାଲି କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଆସନ୍ତାକାଲି କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଖୋର୍ଦ୍ଧା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ଜିଲ୍ଲାଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିବେ । ଗୁରୁଜଙ୍ଗରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଗୁରୁଜଙ୍ଗରେ ୧୯୪୧ ମସିହାରେ ପ୍ରତିଷ୍ଠିତ ପ୍ରାଥମିକ ଶିକ୍ଷା କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଥିଲା । ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପରେ ସେଠାରେ ଗଢ଼ି ଉଠିଛି ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟର । ରାଜସ୍ଥାନ ଜୟପୁରର ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ବାରା ଏଠାରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ପ୍ରସ୍ତୁତ ହେବ। ସେ ସଂପର୍କରେ ଗବେଷଣା ତାଲିମ କେନ୍ଦ୍ର ମଧ୍ୟ ଚାଲିବ ।

ରାଜ୍ୟ ସରକାରଙ୍କ ସହଯୋଗରେ ଏହାର ପ୍ରତିଷ୍ଠା ହୋଇଥିବାବେଳେ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା କାର୍ଯ୍ୟକ୍ରମ ରହିଛି । ପରେ ଏକ ସାଧାରଣ ସଭାରେ ଯୋଗଦେବେ ନବୀନ । ସେଠାରେ ଦିବ୍ୟାଙ୍ଗଙ୍କୁ ଶ୍ରବଣ ଯନ୍ତ୍ର, ଟ୍ରାଇସାଇକେଲ୍, ଓ୍ବିଲଚେୟାର ଆଦି ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ନବୀନଙ୍କ ଗସ୍ତକୁ ନେଇ ଉତ୍ସାହିତ ହୋଇ ପଡ଼ିଛନ୍ତି ଖୋର୍ଦ୍ଧାବାସୀ । ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରିଛି ପୋଲିସ ପ୍ରଶାସନ ।