ଝାଡ଼ଖଣ୍ଡରେ ନକ୍ସଲଙ୍କ ସହ ଗୁଳି ବିନିମୟରେ ଓଡ଼ିଆ ସିଆରପିଏଫ୍ ଯବାନ ସହିଦ
ଝାଡ଼ଖଣ୍ଡରେ ଆଜି ସକାଳେ ମାଓବାଦୀଙ୍କ ଆକ୍ରମଣରେ ଓଡ଼ିଶାର ଜଣେ ସିଆରପିଏଫ ଯବାନ ସହିଦ ହୋଇଛନ୍ତି। ସେ ହେଉଛନ୍ତି ସୁଶାନ୍ତ କୁମାର ଖୁଣ୍ଟିଆ

ଝାଡ଼ଖଣ୍ଡରେ ଆଜି ସକାଳେ ମାଓବାଦୀଙ୍କ ଆକ୍ରମଣରେ ଓଡ଼ିଶାର ଜଣେ ସିଆରପିଏଫ ଯବାନ ସହିଦ ହୋଇଛନ୍ତି। ସେ ହେଉଛନ୍ତି ସୁଶାନ୍ତ କୁମାର ଖୁଣ୍ଟିଆ । ସହିଦ ସୁଶାନ୍ତଙ୍କ ଘର କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌରପରିଷଦ ୪ ନମ୍ଵର ୱାର୍ଡ ଖୁଣ୍ଟିଆ ସାହି । ଆଜି ସକାଳେ ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲ୍ଲାର ଗୋଇଲକେରା ପୋଲିସ ଷ୍ଟେସନ ଅନ୍ତର୍ଗତ ହାତିବୁରୁ ଜଙ୍ଗଲରେ ସିଆରପିଏଫ ୬୦ ବାଟାଲିୟନର ଯବାନମାନେ ସର୍ଚ୍ଚ ଅପରେସନ କରୁଥିବାବେଳେ ନକ୍ସଲମାନଙ୍କ ସହ ଗୁଳି ବିନିମୟ ହୋଇଥିଲା | ଗୁଳି ବିନିମୟରେ ସିଆରପିଏଫର ଦୁଇ ଜଣ ଯବାନ, ସୁଶାନ୍ତ କୁମାର ଖୁଣ୍ଟିଆ ଓ ମୁନ୍ନା ଯାଦବ ଗୁରୁତର ହୋଇପଡ଼ିଥିଲେ | ଉଭୟଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ହେଲିକପ୍ଟର ଯୋଗେ ରାଞ୍ଚି ପଠାଯାଇଥିଲା | ତେବେ ସୁଶାନ୍ତଙ୍କର ମୃତ୍ୟୁ ହୋଇଯାଇଥିବା ଡାକ୍ତର କହିଥିଲେ । ସୁଶାନ୍ତ ଦୁଇ ମାସ ତଳେ ବିବାହ କରିଥିଲେ।
ସୁଶାନ୍ତଙ୍କ ବଡଭାଇ ମଧ୍ୟ ସିଆରପିଏଫରେ ଥିଲେ ଓ ୨ ବର୍ଷ ତଳେ ସେ ବି ସହିଦ ହୋଇଥିଲେ | କିଛିଦିନ ତଳେ ସୁଶାନ୍ତଙ୍କ ବାପାଙ୍କ ପରଲୋକ ହୋଇଥିଲା ।