ବାତ୍ୟାର ନାଁ ମିଢିଲି, ପ୍ରଭାବିତ ହୋଇପାରେ ଉପକୂଳ ଓଡ଼ିଶା
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଗତ ୬ ଘଣ୍ଟାଧରି ୧୮କିଲୋମିଟର ବେଗରେ ଗତିକରୁଛି ଅବପାତ । ପାରାଦୀପର ଦକ୍ଷିଣରେ ୩୮୦କିମି ଦୂରରେ ଏହାର ଅବସ୍ଥିତି ରହିଛି । ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରି ନେଇପାରେ ବାତ୍ୟାର ରୂପ । ବାତ୍ୟାର ନାଁ ରହିବ ମିଢିଲି । ଏହାର ନାମକରଣ କରିଛି ମାଲଦୀପ । ବାଂଲାଦେଶରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । କାଲି ସକାଳେ ଗଭୀର ଅବପାତ ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ହେବ । ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପାଗରେ ପରିବର୍ତ୍ତନ ଆସିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।
ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ବର ଏବଂ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବର୍ଷା ସହ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବ ପବନ । ଫଳରେ ସମୁଦ୍ର ଅଶାନ୍ତରୁ ତୀବ୍ର ଅଶାନ୍ତ ହେବ । ଏଥିପାଇଁ ୧୮ ତାରିଖ ପର୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି ।