ଡେଙ୍ଗୁ : ମୋଟ ୧୬ ଜିଲ୍ଲାରୁ ୧୮୫ ଜଣ ପଜିଟିଭ ଚିହ୍ନଟ

ଡେଙ୍ଗୁ : ମୋଟ ୧୬ ଜିଲ୍ଲାରୁ ୧୮୫ ଜଣ ପଜିଟିଭ ଚିହ୍ନଟ

ଡରାଇଲାଣି ଡେଙ୍ଗୁ ଆତଙ୍କ । ଏବର୍ଷ ମଧ୍ୟ ଡେଙ୍ଗୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇରୁ ସେପ୍ଟେମ୍ବର ମାସରେ ଏହା ବଢିବାରେ ଆମେ ଜାଣିଛେ। କିନ୍ତୁ ପୂର୍ବ ବର୍ଷ ତୁଳନାରେ ଏବର୍ଷ ଟେଷ୍ଟିଂ ସଂଖ୍ୟା ଅଧିକ ଓ ପଜିଟିଭ ସଂଖ୍ୟା ବହୁତ କମ୍ ରହିଛି ବୋଲି କହିଛନ୍ତି  ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ମୋଟ ୧୬ ଜିଲ୍ଲାରୁ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ୯୬ ଜଣ ପଜିଟିଭ ଓ ଯାଜପୁରରେ ୧୨ ଜଣ, ବାଲେଶ୍ୱରରେ ୧୦ ଏବଂ ଅନ୍ୟାନ୍ୟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଯାହାକୁ ମିଶାଇ ସମୁଦାୟ ୧୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତମାନ ସୁଦ୍ଧା ୧୧,୪୬୪ ଜଣ ଟେଷ୍ଟ କରାଯାଇଛି । ସେଥିରୁ ୧୮୫ ଜଣ ପଜିଟିଭ ଅଛନ୍ତି। ଗତବର୍ଷ ଏସମୟକୁ ୫୯୮୧ ଜଣଙ୍କୁ ଟେଷ୍ଟ କରାଯାଇଥିଲା । ସେଥିରୁ ୩୫୩ ଜଣ ପଜିଟିଭ ବାହାରିଥିଲେ । ଯାହା ଏବର୍ଷ ତୁଳନାରେ ବହୁତ କମ ଅଛି ।