କଟକ ଚଣ୍ଡୀଙ୍କ ଦର୍ଶନ କଲେ ରାଷ୍ଟ୍ରପତି, ଶୈଳବାଳା କଲେଜରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
କଟକ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସକାଳେ ଭୁବନେଶ୍ବରରୁ ସଡକ ପଥରେ କଟକ ଯାଇ ପ୍ରଥମେ ଚଣ୍ଡୀମନ୍ଦିରରେ ମା’ଙ୍କ ଦର୍ଶନ କରିଥିଲେ ରାଷ୍ଟ୍ରପତି
କଟକ ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସକାଳେ ଭୁବନେଶ୍ବରରୁ ସଡକ ପଥରେ କଟକ ଯାଇ ପ୍ରଥମେ ଚଣ୍ଡୀମନ୍ଦିରରେ ମା’ଙ୍କ ଦର୍ଶନ କରିଥିଲେ ରାଷ୍ଟ୍ରପତି।
ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମଧ୍ୟ ମା’ଙ୍କ ଦର୍ଶନ କରିଛନ୍ତି। ଆଜି ମା’ ସୁନାବେଶରେ ଦର୍ଶନ ଦେଇଛନ୍ତି। ମନ୍ଦିରର ମୁଖ୍ୟ ପୂଜକ ମନୋଜ ପଣ୍ଡା ଉଭୟଙ୍କୁ ମନ୍ଦିରର ନୀତିକାନ୍ତି ସଂପର୍କରେ ସବିଶେଷ ସୂଚନା ଦେଇଥିଲେ। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରୋଟୋକଲ୍ ଭାଙ୍ଗି ଲୋକଙ୍କ ସହ ମିଶିଥିଲେ l
ଏହାପରେ ରାଷ୍ଟ୍ରପତି ଶୈଳଵାଳା ମହିଳା ମହାବିଦ୍ୟାଳୟରେ ଉତ୍କଳ ଗୌରବ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ତାପରେ ନେତାଜୀ ସଂଗ୍ରହାଳୟରେ ନେତାଜୀଙ୍କୁ ମାଲ୍ୟାର୍ପଣ କରିଥିଲେ ।