ବାଣ କାରଖାନାରେ ବିସ୍ଫୋରଣ ,୬ ମୃତ
ପଶ୍ଚିମବଙ୍ଗରେ ଅଘଟଣ । ଏକ ବାଣ କାରଖାନାରେ ବିସ୍ଫୋରଣ ହେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି

ପଶ୍ଚିମବଙ୍ଗରେ ଅଘଟଣ । ଏକ ବାଣ କାରଖାନାରେ ବିସ୍ଫୋରଣ ହେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଛି । ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣାରେ ଥିବା ଏକ ବାଣ କାରଖାନରେ ବିସ୍ଫୋରଣ ହୋଇଛି । ବର୍ତ୍ତମାନ ସୁଦ୍ଧା କେତେ ଆହତ ହୋଇଛନ୍ତି ସେନେଇ ସୂଚନା ହସ୍ତଗତ ହୋଇନାହିଁ । ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ ।
ସେହିପରି ଗତ ମେ ମାସରେ ପଶ୍ଚିମବଙ୍ଗ ପୂର୍ବ-ମେଦିନୀପୁର ଜିଲ୍ଲା ଅନ୍ତର୍ଗତ ଇଗ୍ରାର ଖାଡିକୁଲ ଅଞ୍ଚଳରେ ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏହି ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଆହତ ହୋଇଥିଲେ । ଏହି କାରଖାନାର ମାଲିକ ଥିଲା ଭାନୁବାଗ । ସେ ମଧ୍ୟ ବିସ୍ଫୋରଣରେ ଆହତ ହୋଇ ଶରୀରର ୮୦ ପ୍ରତିଶତ ପୋଡିଯାଇଥିଲା । ପରେ ତିକିତ୍ସାଧିନ ଅବସ୍ଥାରେ ତାର ମୃତ୍ୟୁ ହୋଇଥିଲା।