ବର୍ଷାରେ ଭିଜିବ ଓଡ଼ିଶା; ୨୩ରୁ ତିନିଦିନ ଯାଏ ପ୍ରବଳ ବର୍ଷିବ

ପୁଣି ବର୍ଷିବ। ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ

ବର୍ଷାରେ ଭିଜିବ ଓଡ଼ିଶା; ୨୩ରୁ ତିନିଦିନ ଯାଏ ପ୍ରବଳ ବର୍ଷିବ

ପୁଣି ବର୍ଷିବ। ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଉପକୂଳ ଓଡ଼ିଶା ସହ ପାଶ୍ବବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ। ଆସନ୍ତା ୨୦ ତାରିଖରେ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ । ଲଘୁଚାପ ସୃଷ୍ଟି ପରେ ଚିତ୍ର ଆହୁରି ସ୍ପଷ୍ଟ ହେବ।

ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଥିଲେ ବି ଏହା ଅବପାତ ହେବ ନା ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ସେନେଇ ଦେଖାଦେଇଛି ସସପେନସ । ବାତ୍ୟା ସନ୍ଦେହ ଏଥିପାଇଁ ଉପୁଜିଛି, କାହିଁକି ନା କିଛି ବିଦେଶୀ ମଡେଲ୍ ଘୂର୍ଣ୍ଣିବଳୟ ପରେ ବାତ୍ୟା ରୂପ ନେବ ବୋଲି ଆକଳନ କରୁଛନ୍ତି। ମାତ୍ର ଏପର୍ଯ୍ୟନ୍ତ ବାତ୍ୟା ଉପରେ କୌଣସି ଆକଳନ କରାଯାଇନାହିଁ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।