ରାଜଧାନୀରେ ପ୍ରବଳ ବର୍ଷା
ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଗୁରୁବାର ପ୍ରବଳ ବର୍ଷା ହୋଇଛି

ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଗୁରୁବାର ପ୍ରବଳ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ଜମିଥିବା ସୂଚନା ମିଳିଛି । ଆଜି ସକାଳେ ପାଗ ଠିକ ରହିଥିଲା । ତେବେ ଦିନ ୧୨.୩୦ ପରେ ଆକାଶରେ କଳାହାଣ୍ଡିଆ ମେଘ ଘୋଟିଆସିଥିଲା । ଆଉ ତୁହାକୁ ତୁହା ବର୍ଷା ହୋଇଥିଲା ।
ଅନ୍ୟପକ୍ଷରେ ମୌସୁମୀ ପ୍ରବାହ ସକ୍ରିୟ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଶଙ୍କା ରହିଛି । ତେବେ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ଓ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣି ଜାରି କରାଯାଇଛି । ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ଅତିପ୍ରବଳ ବର୍ଷିବାର ଆଶଙ୍କା ରହିଛି । ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଓ ଦେବଗଡ଼ରେ ମଧ୍ୟ ପ୍ରବଳ ବର୍ଷା ନେଇ ୱାର୍ଣ୍ଣି ଜାରି କରାଯାଇଛି ।