ଆଗାମୀ ୫ଦିନ ପ୍ରବଳ ବର୍ଷା
ଅବପାତର ରୂପନେଲା ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା

ଅବପାତର ରୂପନେଲା ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଛୁଇଁବାର ସମ୍ଭାବନା । ଏହାର ପ୍ରଭାବରେ ଆଗାମୀ ୫ଦିନ ସାରା ରାଜ୍ୟରେ ଜାରି ରହିବ ବର୍ଷା। ପରବର୍ତ୍ତୀ ୨୪ ଘଣ୍ଟାରେ ଅବପାତ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨ ଦିନ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ପ୍ରବଳ ବର୍ଷା କାରଣରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇପାରେ । ଏଥିପାଇଁ ସଂଲଗ୍ନ ଅଞ୍ଚଳର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ଭୁବନେଶ୍ୱର ଏବଂ କଟକରେ ମଧ୍ୟ ବର୍ଷା ନେଇ ଆକଳନ ହୋଇଛି । ବର୍ଷା ସହିତ ଘଡଘଡି ଆଶଙ୍କା କରିଛି ପାଣିପାଗ କେନ୍ଦ୍ର ।