ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ଉପରେ କଟକଣା ହଟାଇଲେ ହାଇକୋର୍ଟ

୨୦୨୧ ଓପିଏସସି ପରୀକ୍ଷା ଫଳ ପ୍ରକାଶ ଉପରୁ କଟକଣା ହଟାଇଛନ୍ତି ହାଇକୋର୍ଟ

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ଉପରେ କଟକଣା ହଟାଇଲେ ହାଇକୋର୍ଟ

୨୦୨୧ ଓପିଏସସି ପରୀକ୍ଷା ଫଳ ପ୍ରକାଶ ଉପରୁ କଟକଣା ହଟାଇଛନ୍ତି ହାଇକୋର୍ଟ । ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀଙ୍କ ଆବେଦନର ପ୍ରାରମ୍ଭିକ ଶୁଣାଣି କରି ଫଳ ପ୍ରକାଶନ ଉପରେ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । କୋର୍ଟଙ୍କ ବିନା ଅନୁମତିରେ ଫଳାଫଳ ପ୍ରକାଶ ନ କରିବାକୁ ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଫଳରେ ସମଗ୍ର ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ଉପରେ ପରୋକ୍ଷରେ କଟକଣା ରହିଥିଲା। ଏହି ଅନ୍ତରୀଣ ନି‌ର୍ଦ୍ଦେଶରେ ପରିବର୍ତ୍ତନ ପାଇଁ ଅନୁରୋଧ କରି ପ୍ରସଙ୍ଗ ଓପିଏସସି କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲା । କଟକଣା ଯୋଗୁଁ ଶତାଧିକ ପ୍ରାର୍ଥୀ ପ୍ରଭାବିତ ହେବେ ବୋଲି ଆବେଦନରେ ଉଲ୍ଲେଖ କରିଥିଲା ଓପିଏସସି । ହାଇକୋର୍ଟ ଓପିଏସ୍‌ସି ଆବେଦନର ଶୁଣାଣି କରି ପୂର୍ବ ନିର୍ଦ୍ଦେଶରେ ପରିବର୍ତ୍ତନ କରିଛନ୍ତି । ଗୋଟିଏ ପଦବୀ ସଂରକ୍ଷିତ ରଖିବାକୁ ଓପିଏସସିକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହି ପଦବୀରେ ହାଇକୋର୍ଟଙ୍କ ବିନା ଅନୁମତିରେ ନିଯୁକ୍ତି ଦିଆଯିବ ନାହିଁ ।