ଆଜି ଜନ୍ମମାଟିରେ ପହଞ୍ଚିବ ସହିଦ ଯବାନ ସରୋଜଙ୍କ ପାର୍ଥିବ ଶରୀର

ସିକିମ ବନ୍ୟାରେ ସହିଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଆଜି ଜନ୍ମମାଟିରେ ପହଞ୍ଚିବ

ଆଜି ଜନ୍ମମାଟିରେ ପହଞ୍ଚିବ ସହିଦ ଯବାନ ସରୋଜଙ୍କ ପାର୍ଥିବ ଶରୀର

ସିକିମ ବନ୍ୟାରେ ସହିଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଆଜି ଜନ୍ମମାଟିରେ ପହଞ୍ଚିବ। ସରୋଜଙ୍କ ପାର୍ଥିବ ଶରୀର ସିକିମରୁ ପ୍ରଥମେ ସିଧା ଭୁବନେଶ୍ୱର ଅଣାଯିବ। ତା’ପରେ ତାଙ୍କ ଜନ୍ମଭୂମି କାମାକ୍ଷାନଗରର କେନ୍ଦୁଢିପକୁ ଅଣାଯିବ। ସେଠାରୁ ସହିଦଙ୍କ ପାର୍ଥିବ ଶରୀରକୁ ବିରାଟ ଶୋଭାଯାତ୍ରରେ ନିଜ ଗାଁକୁ ନିଆଯିବ। ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ୟ୍ୟାଦାରେ ତାଙ୍କ ଗାଁରେ ଶେଷକୃତ୍ୟ ସଂପନ୍ନ କରାଯିବ ବୋଲି  ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗତକାଲି ସହିଦ ସରୋଜଙ୍କ ପାର୍ଥିବ ଶରୀର ଓଡ଼ିଶାର ଆସିବାର ଥିଲା। କୌଣସି କାରଣ ବଃଶତ ଆସିପାରି ନଥିଲା। ଆଜି ସହିଦ ସରୋଜଙ୍କ ପାର୍ଥିବ ଶରୀର ଅପରାହ୍ଣ ଗୋଟାଏ ୪୫ରେ ଭୁବନେଶ୍ୱର ପହଞ୍ଚିବ ବୋଲି ସୂଚନା ଦିଆଯାଇଛି। ପରେ ପାର୍ଥିବ ଶରୀରକୁ ଜନ୍ମ ମାଟି ଅଭିମୁଖେ ନିଆଯିବ। ଭୟଙ୍କର ଫ୍ଲାସ ଫ୍ଲଡରେ ସରୋଜ ସହିଦ ହୋଇଥିବା କଥା ଗତକାଲି ଅପରାହ୍ନ ୨ଟା ବେଳେ ତାଙ୍କ ପରିବାରକୁ ସେନା ପକ୍ଷରୁ ଖବର ଦିଆଯାଇଥିଲା। ସରୋଜ ୨୦୧୨ରେ ସେନାରେ ଯୋଗ ଦେଇଥିଲେ। ହାବିଲଦାର ଭାବେ ସିକିମରେ ଟ୍ରେନିଂରେ ଥିଲେ ସରୋଜ। କ୍ୟାମ୍ପକୁ ଫେରୁଥିବା ବେଳେ ବନ୍ୟାରେ ଭାସିଯାଇଥିଲେ ସରୋଜ ଏବଂ ସାଥି ସେନା ଯବାନ।