ଆଜି ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଆଜି ଶପଥ ନେଲେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ। ଗତ ୨ ତାରିଖରେ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ଆଜି ଶପଥ ଗ୍ରହଣ କରିଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ।

ଏହା ପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ। ୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି।

୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁୟାରୀ ମାସରେ ଅବସର ନେବେ।