କାଳିଆ ଯୋଜନା ହେଲା ସିଏମ୍ କିଷାନ ଯୋଜନା
ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି

ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ଚାଷୀମାନଙ୍କ ପାଇଁ ନୂଆ ଯୋଜନା ସିଏମ କିଷାନ ଅଣାଯାଇଛି। ଏନେଇ ରାଜ୍ୟ ସରକାର ପୂର୍ବ ସରକାର ସମୟରେ ପ୍ରଚଳିତ କାଳିଆ ଯୋଜନାର ନାମ ପରିବର୍ତ୍ତନ କରି ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଢାଞ୍ଚାରେ ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପ୍ରଚଳନ କରିଛନ୍ତି ।
ଚଳିତ ବଜେଟରେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ କିଷାନ ଯୋଜନା ପାଇଁ ୧୯୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି । ସେହିପରି ଧାନ କୁଇଣ୍ଟାଲ ୩୧ଶହ ଟଙ୍କା ହେବ ବୋଲି ବଜେଟରେ ଘୋଷଣା କରାଯାଇଛି। କୁଇଣ୍ଟାଲ ୩୧ଶହ ଟଙ୍କାରେ ଧାନ କିଣାଯିବ। ଧାର୍ଯ୍ୟ ଏମଏସ୍ପିଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ।