ସାଂସଦ ପଦ ହରାଇ ପାରନ୍ତି କଙ୍ଗନା ରଣାଓ୍ୱତ
ଅଡୁଆରେ ବଲିଉଡ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରଣାଓ୍ୱତ

ଅଡୁଆରେ ବଲିଉଡ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରଣାଓ୍ୱତ। ହିମାଚଳ ପ୍ରଦେଶର ମଣ୍ଡି ଲୋକସଭା ଆସନରୁ ବିଜେପି ସାଂସଦ କଙ୍ଗନା ରାଣାଓ୍ୱତଙ୍କୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ତାଙ୍କ ସାଂସଦ ପଦ ରଦ୍ଦ ଦାବିରେ ପଟିସନ ଦାଖଲ ହୋଇଛି। ଏହା ପରେ ହିମାଚଳ ପ୍ରଦେଶ ହାଇକୋର୍ଟ କଙ୍ଗନାଙ୍କୁ ନୋଟିସ ଜାରି କରିଛନ୍ତି।
ଲାୟକ ରାମ ନେଗି ହେଉଛନ୍ତି ବନ ବିଭାଗର ଜଣେ ପୂର୍ବତନ କର୍ମଚାରୀ।ଏହି ଲୋକସଭା ଆସନରୁ ସେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହୁଁଥିଲେ। କିନ୍ତୁ ତାଙ୍କ ନାମାଙ୍କନ ପତ୍ରକୁ ମଣ୍ଡି ନିର୍ବାଚନ ଅଧିକାରୀ ଭୁଲ୍ ଭାବେ ପ୍ରତ୍ୟାଖ୍ୟାନ କରିଥିଲେ। ଯଦି ତାଙ୍କ ନାମାଙ୍କନ ପତ୍ର ଗ୍ରହଣ କରାଯାଇଥାନ୍ତା ତେବେ ସେ ଜିତିଥାନ୍ତେ। ତେଣୁ ଏହି ସମୟରେ ପୁଣି ଥରେ ନିର୍ବାଚନ କରିବାକୁ ସେ ଦାବି କରିଛନ୍ତି। ସେପଟେ କଙ୍ଗନାଙ୍କୁ ହାଇକୋର୍ଟ ନୋଟିସ୍ ଜାରି କରି ଆସନ୍ତା ଅଗଷ୍ଟ ୨୧ ସୁଦ୍ଧା ଏହାର ଜବାର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।