ଭୟଙ୍କର ଟ୍ରେନ ଦୁର୍ଘଟଣା: ରାଜ୍ୟରେ ଦିନିକିଆ ଶୋକ ପାଳନ

ଟ୍ରେନ ଦୁର୍ଘଟଣା ନେଇ ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଜୁନ୍ ୩ ତାରିଖ ଦିନ ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ।

ଭୟଙ୍କର ଟ୍ରେନ ଦୁର୍ଘଟଣା: ରାଜ୍ୟରେ ଦିନିକିଆ ଶୋକ ପାଳନ

ଟ୍ରେନ ଦୁର୍ଘଟଣା ନେଇ ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଜୁନ୍ ୩ ତାରିଖ ଦିନ ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଶୋକ ପାଳନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କରିଛନ୍ତି। ବାଲେଶ୍ୱର ବାହାନଗା ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ଏଯାବତ୍‌ ୨୦୦ରୁ ଅଧିକ ମୃତ୍ୟୁ ଘଟିଛି। 

ଏଥିରେ କରମଣ୍ଡଳର ୧୫ ବଗି ଓ ବେଙ୍ଗଲୁରୁ-ହାୱଡ଼ା ଏକ୍ସପ୍ରେସର ୨ ବଗି ଲାଇନଚ୍ୟୁତ ହୋଇଛି। କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗଲୁରୁ-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ। କିଛି ସମୟ ପରେ ସେହିବାଟେ ଆସୁଥିବା ଏକ୍ସପ୍ରେସ ଧକ୍କା ହୋଇଥିଲା। ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୦୦ ଟପିଥିବା କହିଛନ୍ତି ମୁଖ୍ୟ ସଚିବ।