ଓଡ଼ିଶାରେ ପହଞ୍ଚିଲେ ନଡ୍ଡା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଓଡ଼ିଶାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି ।

ଓଡ଼ିଶାରେ ପହଞ୍ଚିଲେ ନଡ୍ଡା

ଓଡ଼ିଶାରେ ପହଞ୍ଚିଲେ ନଡ୍ଡା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଓଡ଼ିଶାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି । ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ ଜିଲ୍ଲା କାର୍ଯ୍ୟାଳୟ ଅଭିମୁଖେ ବାହାରିଛନ୍ତି । ସେଠାରେ ବରଗଡ ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ ।

୨୩ ତାରିଖରେ ନଡ୍ଡା ଭବାନୀପାଟଣାରେ ମାଆ ମାଣିକେଶ୍ୱରୀଙ୍କ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିବେ । ପରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଅନୁଷ୍ଠିତ ମହା ଜନସଂପର୍କ ସମାବେଶରେ ଯୋଗଦେବେ। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନଡ୍ଡାଙ୍କ ଏହି ଗସ୍ତ ବିଜେପି ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ଚର୍ଚ୍ଚା ହେଉଛି ।