ମୋଦୀଙ୍କୁ ସାକ୍ଷାତ କଲେ ନବୀନ, ପୁରୀ ବିମାନବନ୍ଦରକୁ ନେଇ ଆଲୋଚନା

୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ମୋଦୀଙ୍କୁ ସାକ୍ଷାତ କଲେ ନବୀନ, ପୁରୀ ବିମାନବନ୍ଦରକୁ ନେଇ ଆଲୋଚନା

୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ତେବେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ କହିଛନ୍ତି ଯେ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ବିଶେଷ କରି ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନେଇ ଆଲୋଚନା ହୋଇଛି । ଭୁବନେଶ୍ୱର ଏୟାରପୋର୍ଟ ଟ୍ରାଫିକ ଅଧିକ ହୋଇଗଲାଣି । ତେଣୁ ପୁରୀରେ ଶ୍ରୀଜଗନ୍ନାଥ ଏୟାରପୋର୍ଟ ପାଇଁ ଆଲୋଚନା କରାଯାଇଛି । ଏହାକୁ ନେଇ ପ୍ରଧାନମନ୍ତ୍ରୀ ସକାରାତ୍ମକ ପ୍ରତିକ୍ରିୟା ଦେଇଥିବା ସେ କହିଛନ୍ତି।