ଓଡ଼ିଶାରେ ଲୋକସଭା ଆସନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଓଡ଼ିଶା ପାଇଁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି

ଓଡ଼ିଶାରେ ଲୋକସଭା ଆସନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି

ଓଡ଼ିଶା ପାଇଁ ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେପି । ଅବଶିଷ୍ଟ ୩ ଲୋକସଭା ଆସନ କଟକ, କନ୍ଧମାଳ ଓ ଯାଜପୁର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି । ଭର୍ତ୍ତୃହରି ମହତାବଙ୍କୁ ଦଳ କଟକ ଲୋକସଭା ପ୍ରାର୍ଥୀ କରିଥିବାବେଳେ ରବୀନ୍ଦ୍ର ନାରାୟଣ ବେହେରା ଯାଜପୁର ଓ ସୁକାନ୍ତ କୁମାର ପାଣିଗ୍ରାହୀ କନ୍ଧମାଳ ଲୋକସଭା ପ୍ରାର୍ଥୀ ହୋଇଛନ୍ତି ।

ତିନି ଆସନରେ ବିଜେପି ତାର ପ୍ରାର୍ଥୀ ବଦଳାଇଛି । ପୂର୍ବରୁ ବିଜେପି ୧୮ ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି ।