ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି , ୨୭ରେ ୧୫ଟି ରାଜ୍ୟର ୫୬ଟି ଆସନ ପାଇଁ ମତଦାନ
ଚଳିତମାସ ୨୭ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି

ଚଳିତମାସ ୨୭ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଏଥିମଧ୍ୟରେ ଓଡ଼ିଶାରୁ ତିନି ଆସନ ଖାଲି ହେଉଛି । ଆସନ୍ତା ଏପ୍ରିଲ ୩ ତାରିଖରେ ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବ ଓ ଅମର ପଟ୍ଟନାୟକଙ୍କ ରାଜ୍ୟସଭା କାର୍ଯ୍ୟକାଳ ଶେଷ ହେଉଛି ।
ବିଜ୍ଞପ୍ତି ପ୍ରକାଶ ପାଇବା ସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଫେବ୍ରୁଆରୀ ୧୫ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିପାରିବେ । ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ଫେବ୍ରୁଆରୀ ୨୦ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । ଫେବ୍ରୁଆରୀ ୨୭ ତାରିଖରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ହେବା ସହ ସେହିଦିନ ଫଳାଫଳ ପ୍ରକାଶ ପାଇବ । ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ।