ଦିଗପହଣ୍ଡି ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ଗଞ୍ଜାମ ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଦିଗପହଣ୍ଡି ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ଗଞ୍ଜାମ ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ନିଜର ଟୁଇଟରରେ ନିଜର ଶୋକବାର୍ତ୍ତରେ ଲେଖିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି।
ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଦୁଇ ବସ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୨ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ଏଥିସହିତ ଦୁଇ ବସ୍‌ର ଅନେକ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଜଣେ ଯାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।