୫ରେ ଆସିବେ ମୋଦୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଓଡ଼ିଶା ଆସିବେ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଥରେ ଓଡ଼ିଶା ଆସିବେ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ପୁଣି ଓଡ଼ିଶା ଆସିବେ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ବିଷୟରେ ରାଜ୍ୟ ବିଜେପି ନିର୍ବାଚନ ସହ-ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଚଣ୍ଡିଖୋଲରେ କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି । ତେବେ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଏବେ ସୁଦ୍ଧା ସ୍ପଷ୍ଟ ହୋଇନାହିଁ ।
ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫେବ୍ରୁଆରୀ ୩ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଅବସରରେ ସେ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଉଦ୍ଘାଟନ କରିବା ସହ ରେମେଡ ପଡ଼ିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଥିଲେ ।
ପ୍ରକାଶ ଯେ ଆଉ କିଛି ଦିନ ପରେ ସାଧାରଣ ନିର୍ବାଚନ । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରର ବିଜେପି ନେତୃତ୍ୱ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି । ଆଉ ସାଧାରଣ ସଭା କରି ଦଳୀୟ କର୍ମକର୍ତ୍ତାଙ୍କୁ ଉଦବୋଧନ ଦେଇ ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ କହୁଛନ୍ତି ।