ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସୋମବାର ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ସୋମବାର ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ଅନ୍ୟ ଜିଲ୍ଲାରେ ମଧ୍ୟ ନିର୍ଧୁମ ବର୍ଷିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି ।
ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳର ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ସମ୍ଭାବନା ଅଛି । ସେହିଭଳି ୧ ତାରିଖରେ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁରରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଢେଙ୍କାନାଳ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଗଞ୍ଜାମ, ନୟାଗଡ଼ ଓ ନବରଙ୍ଗପୁରରେ ଭାରୀ ବର୍ଷା ହୋଇପାରେ । ୨ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।